ସେବା ପର୍ବ ପାଳନ ଉପଲକ୍ଷେ ଆର୍ଥିକ ସାକ୍ଷରତା ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

0

କଳାହାଣ୍ଡି -(ଜୟପାଟଣା)
ଦିବ୍ୟନାଗଙ୍କ ରିପୋର୍ଟ କୋଣାର୍କ ନିୟୁଜ ଭବାନୀପାଟଣା:ତା ୨୨-୯-୨୫ ରିଖ ଅର୍ଥ ବିଭାଗ ସ୍ୱଳ୍ପ ସଞ୍ଚୟ ନିର୍ଦ୍ଦେଶାଳୟ ତରଫରୁ ସେବା ପର୍ବ ଉପଲକ୍ଷେ ସଞ୍ଚୟ ବୃକ୍ଷରୋପଣ କରାଯାଇ ସ୍ୱଳ୍ପ ସଞ୍ଚୟ ତଥା ଆର୍ଥିକ ସ୍ଵାକ୍ଷରତା ଅଭିଯାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ପରିପ୍ରେକ୍ଷିରେ ଜିଲ୍ଲା ଆର୍ଥିକ ସ୍ଵଳ୍ପ ସଞ୍ଚୟ ବିଭାଗ ତରଫରୁ ମେଦିନୀପୁର ପଞ୍ଚାୟତରେ ଏକ ସଞ୍ଚୟ ବୃକ୍ଷରୋପଣ ପରେ ଆଞ୍ଚଳିକ ସେବା ଓ ସ୍ଵାକ୍ଷରତା ଶିବିର ଅନୁଷ୍ଠିତ ହୋଇଥିଲା ସହ ନିର୍ଦ୍ଦେଶକ ସ୍ୱଳ୍ପ ସଞ୍ଚୟ ଓ ଆର୍ଥିକ ସେବା କଳାହାଣ୍ଡି ବିବେକାନନ୍ଦ ମହାନନ୍ଦ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ ଯୋଗଦେଇ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ଏବଂ ବୃକ୍ଷରୋପଣ କରିଥିଲେ । ଏହି ଶିବିରରେ ସୁକନ୍ୟା ସମୃଦ୍ଧି ଯୋଜନାରେ କିପରି ବହୁ ଲୋକ ସାମିଲ ହୋଇ ଏହାର ଲାଭ ଉଠାଇପାରିବେ ସେ ସମ୍ପର୍କରେ ଗୁରୁତ୍ବ ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପଂଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ପୋଷ୍ଟାଲ ସୁପରିଟେନଡେଣ୍ଟ ସୁଶାନ୍ତ କୁମାର ପାଣିଗ୍ରାହୀ, ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ, କୃଷକ, ସ୍ୱୟଂ ସହାୟକ ଗୋଷ୍ଠୀ ର ସଦସ୍ୟ ପ୍ରମୁଖ ଯୋଗଦେଇଥିଲେ । କାର୍ଯ୍ୟକ୍ରମକୁ ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ଶ୍ରୀ ମହାନନ୍ଦ ପରିଚାଳନା କରିଥିଲେ ।

Related Posts
1 of 6
Leave A Reply

Your email address will not be published.

Latest News
ହିନ୍ଦୋଳ ଉଦ୍ୟାନ ବିଭାଗର ରିହାତି ଦରରେ ଆଳୁ ବିହନ ବିକ୍ରୀ ଦୁର୍ଦିନରେ 50 ଆଦିବାସୀ ପରିବାର ଗ୍ରାମରେ କଂଗ୍ରେସ ସପୋର୍ଟ ଥିବାରୁ ମରାମତି ହୋଇପାରୁନି ଗାଁ ରାସ୍ତା । ଖଲିବୋରେଇରେ ଦୁର୍ଘଟଣା—ଯୁବକର ମୃତ୍ୟୁ,ଜଣେ ଗୁରୁତର। କ୍ରୀଡା ଉତ୍ସବ ରେ ଯୋଗଦେଇ ପିଲା ଙ୍କ ସହ ଖେଳିଲେ ଥାନା ଅଧିକାରୀ.. କୋଦଳା ଠାରେ ଡ୍ରାଇଭର ମହାସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ.. କଟ୍‌ନିଛଟ୍‌ନି ନେଇ ପରଜଙ୍ଗ ବିଧାୟକ ଯୋଗାଣ ମନ୍ତ୍ରୀ କଥା କଟାକଟି। RD ରାସ୍ତାରେ ଠିକାଦାରଙ୍କ ମନମାନି, ବିଭାଗର ଯନ୍ତ୍ରୀ ତରୁଣ କୁମାର ନାଏକ ଅନୁପସ୍ଥିତ । ମୁମ୍ବାଇରେ ଚିକିତ୍ସା ହେବେ ବେଗୁନିଆପଡା ବ୍ଲକ ର ୪ ଶିଶୁ ହୃଦରୋଗୀ… ଆଇନ ସେବା ପ୍ରାଧିକରଣ ପକ୍ଷରୁ କୋଦଳା ରେ ଚିତ୍ରାଙ୍କନ ପ୍ରତିଯୋଗିତା.. ବିପଦ ଜନକ ମଣିଷ ବୁଡା ପଥର ଖଣିରେ ଗାଧଉଛନ୍ତି ଏସ. ଟି. ଜାଭିୟର ପବ୍ଲିକ ସ୍କୁଲ ଛାତ୍ର ଛାତ୍ରୀ