କୋକସରା ବ୍ଲକସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

0

ଜୟପାଟଣା(ଦିବ୍ୟ ନାଗ) – କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନଶୁଣାଣି ଶିବିର ରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା 56 ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ 27 ଗୋଟି ଓ ସାମୂହିକ 28 ଗୋଟି ରହିଥିବା ବେଳେ ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରଯାଇଥିଲା । ଏଥିରେ 12 ଗୋଟି ଆପତ୍ତି ଅଭିଯୋଗ ର ତୁରନ୍ତ ସମାଧାନ କରାଯାଇଥିଲା। ଏହି ଯୁଗ୍ମ ଜନଶୁଣାଣି ଶିବିରରେ ଭତ୍ତା,ପ୍ରଧାନମନ୍ତ୍ରୀ ଆବାସ,ରାସ୍ତା ନିର୍ମାଣ, ସ୍କୁଲଘର ମରାମତି,ପୋଲିସ କେଶ୍, ନିଯୁକ୍ତି, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଶିଶୁ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ,ଜଙ୍ଗଲ ବିଭାଗ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ଦୟାମୟ ପାଢ଼ୀ, ଉପ ଜିଲ୍ଲାପାଳ ଧର୍ମଗଡ଼, ପ୍ରେକ୍ଷା ଅଗ୍ରୱାଲ, ଅତିରିକ୍ତ ଜିଲ୍ଲା ଉନ୍ନୟନ ଅଧିକାରୀ,ଜିଲ୍ଲାପରିଷଦ ଦୁର୍ଯ୍ୟୋଧନ ଭୋଇ, ପଞ୍ଚାୟତ ସମିତି ଅଧ୍ୟକ୍ଷ ରାଜୀବ ଅଗ୍ରୱାଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ହିମାଚଳ ମାଝୀ,ପି ଏ ଆଇ ଟି ଡି ଏ, ପ୍ରଦ୍ୟୁମ୍ନ କୁମାର ଦାସ,ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ,ସହ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ,ଜିଲ୍ଲା ସାମାଜ କଲ୍ଯାଣ ଅଧିକାରୀ ମଜିବୁନ ନିଶା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Related Posts
1 of 30
Leave A Reply

Your email address will not be published.

Latest News
ଜୁଆପାଲି ଖେଳ ଯୋଗୁଁ ଲୋକେ ସର୍ବସ୍ୱାନ୍ତ। କପ୍ତିପଦl -01/03/2026 କପ୍ତିପଦlବ୍ଲକ୍ ଶରତ ପଞ୍ଚାୟତ ସେଲେଇ କଜରି ଗ୍ରାମରେ ଆଜି ସନ୍ତାଲ ସମ୍ପ୍ରଦାୟର ବିଭାବ ପର୍ବ ପ... ଜଗତର ନାଥ ଶ୍ରୀଜଗନ୍ନାଥ ହେଉଛନ୍ତି ରହସ୍ୟମୟ ଜୀବନ୍ତ ଠାକୁର। ମହାପ୍ରଭୁଙ୍କ ରହସ୍ୟକୁ ଜାଣିବା ଦେଵତାମାନଙ୍କ ପକ୍ଷରେ ଅସ... ନବ ପଲ୍ଲବିତ ବୃକ୍ଷ ସୁଶୋଭିତବାତ ଚଳଇ ସଧିରେଶୁଷ୍କ ହୃଦୟରେ ପ୍ରେମ ରଙ୍ଗଭରେଉର୍ମି ଖେଳେ ନିରନ୍ତରେ।। lକପ୍ତିପଦl ବି ଇ ଓ ଅଫିସ୍ ରେ ଏବିଓ ଙ୍କ ମନମାନୀ କପ୍ତିପଦl - 21/02/2026 ଆଦିବାସି ସାନ୍ତାଲ ଜାତି ପ୍ରଭାବକୁ ନେଇ ଆଲେଚନା l ୩ ଗୋରୁ ଉଦ୍ଧାର,୨ ଚାଲାଣକାରୀ ଗିରଫ। ସ୍ତ୍ରୀ ର ଜୀବନ ନେଲା ସ୍ବାମୀକପ୍ତିପଦl କପ୍ତିପଦା ବ୍ଲକ ରେ ଉଜୁଡ଼ି ଗଲାଣି ଶିକ୍ଷା ବ୍ଯବସ୍ଥା ପଚାଶ ବର୍ଷରେ ଦୀନବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ: ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ସ୍ବର୍ଣ୍ଣ ଜୟନ୍ତୀ ଉତ୍ସବ