ରାଜସ୍ବ ଆଇନୀରେ ସରଳିକରଣ ପରେ ଲୋକଙ୍କୁ ମିଳିବ ଅଧିକ ସୁବିଧା

0

ଓଡିଶା ରେ ପ୍ରତିଷ୍ଠା ହେବ 139ଟି ନୂତନ ସବ -ରେଜିଷ୍ଟାର ଅଫିସ। ଫଳସ୍ୱରୂପ ଜନସାଧାରଣ ମାନେ ଜମି କିଣାବିକାରେ ସୁବିଧା ପାଇବେ ବୋଲି ନିଶ୍ଚିନ୍ତକୋଇଲି ଠାରେ ଆୟୋଜିତ ଏକ ସରକାରୀ କାର୍ଯ୍ୟକ୍ରମରେ ଏହା ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।
ଚଳିତ ଆର୍ଥିକ ବର୍ଷରୁ ନିଶ୍ଚିନ୍ତକୋଇଲି ତହସିଲ କାର୍ଯ୍ୟାଳୟରେ ଅସ୍ଥାୟୀ ଭାବେ ନିଶ୍ଚିନ୍ତକୋଇଲି ତହସିଲଦାରଙ୍କୁ ସବ -ରେଜିଷ୍ଟାର କ୍ଷମତା ପ୍ରଦାନ କରାଯିବ ବୋଲି ମନ୍ତ୍ରୀ ଘୋଷଣା କରିଥିଲେ l
ରାଜସ୍ୱ ବିଭାଗ ପକ୍ଷରୁ ଜମି ପଟା ସତ୍ୱ ସଂଶୋଧନ ସ୍ୱରୂପ column -2 ସଂଶୋଧନ କରିବା ପାଇଁ ରାଜସ୍ୱ ମନ୍ତ୍ରୀ ଶ୍ରୀ ପୂଜାରୀ ସୂଚନା ଦେଇଥିଲେ।
ଆଜି ନିଶ୍ଚିନ୍ତକୋଇଲି ବ୍ଲକ ପରିସରରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ନିଶ୍ଚିନ୍ତକୋଇଲି ତହସିଲ ଅଧୀନରେ ଘୋଷିତ ହୋଇଥିବା ତିନୋଟି ରାଜସ୍ୱ ଗ୍ରାମ ଉର୍ଜ୍ଜଙ୍ଗ, ପାଟସୁରା ଓ ବ୍ରଜରାଜପାଟଣା ର ଗ୍ରାମବାସୀ ମାନଙ୍କୁ ନୂତନ ଭାବେ ୨ ହଜାର ଜମିପଟ୍ଟା ଏବଂ ଏହି ତହସିଲ ଅଧିନସ୍ଥ ୬୪୪ ଜଣଙ୍କୁ ସିକିମ ସତ୍ୱ ପଟ୍ଟା ବଣ୍ଟନ କରିଥିଲେ l
ଏଥି ସହିତ ମାହାଙ୍ଗା ଓ ନିଶ୍ଚିନ୍ତକୋଇଲି ତହସିଲ ଅଧୀନରେ 4 ଟି ରାଜସ୍ୱ ନିରୀକ୍ଷକ କାର୍ଯ୍ୟଳୟ ର ନୂତନ ଗୃହ ନିର୍ମାଣ ନିମନ୍ତେ ଶୁଭ ଶିଳାନ୍ୟାସ କରିଥିଲେ। କାର୍ଯ୍ୟକ୍ରମ ରେ ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, କଟକ ସଦର ବିଧାୟକ ପ୍ରକାଶ ସେଠୀ ଓ କଟକ ଜିଲ୍ଲାପାଳ ଦତ୍ତାତ୍ରୟୋ ଭାଓ ସାହେବ ସିନ୍ଧେ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

Related Posts
1 of 30

Leave A Reply

Your email address will not be published.

Latest News
ଜୁଆପାଲି ଖେଳ ଯୋଗୁଁ ଲୋକେ ସର୍ବସ୍ୱାନ୍ତ। କପ୍ତିପଦl -01/03/2026 କପ୍ତିପଦlବ୍ଲକ୍ ଶରତ ପଞ୍ଚାୟତ ସେଲେଇ କଜରି ଗ୍ରାମରେ ଆଜି ସନ୍ତାଲ ସମ୍ପ୍ରଦାୟର ବିଭାବ ପର୍ବ ପ... ଜଗତର ନାଥ ଶ୍ରୀଜଗନ୍ନାଥ ହେଉଛନ୍ତି ରହସ୍ୟମୟ ଜୀବନ୍ତ ଠାକୁର। ମହାପ୍ରଭୁଙ୍କ ରହସ୍ୟକୁ ଜାଣିବା ଦେଵତାମାନଙ୍କ ପକ୍ଷରେ ଅସ... ନବ ପଲ୍ଲବିତ ବୃକ୍ଷ ସୁଶୋଭିତବାତ ଚଳଇ ସଧିରେଶୁଷ୍କ ହୃଦୟରେ ପ୍ରେମ ରଙ୍ଗଭରେଉର୍ମି ଖେଳେ ନିରନ୍ତରେ।। lକପ୍ତିପଦl ବି ଇ ଓ ଅଫିସ୍ ରେ ଏବିଓ ଙ୍କ ମନମାନୀ କପ୍ତିପଦl - 21/02/2026 ଆଦିବାସି ସାନ୍ତାଲ ଜାତି ପ୍ରଭାବକୁ ନେଇ ଆଲେଚନା l ୩ ଗୋରୁ ଉଦ୍ଧାର,୨ ଚାଲାଣକାରୀ ଗିରଫ। ସ୍ତ୍ରୀ ର ଜୀବନ ନେଲା ସ୍ବାମୀକପ୍ତିପଦl କପ୍ତିପଦା ବ୍ଲକ ରେ ଉଜୁଡ଼ି ଗଲାଣି ଶିକ୍ଷା ବ୍ଯବସ୍ଥା ପଚାଶ ବର୍ଷରେ ଦୀନବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ: ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ସ୍ବର୍ଣ୍ଣ ଜୟନ୍ତୀ ଉତ୍ସବ