କବିସୂର୍ଯ୍ୟନଗର ରେ ଜାତୀୟ ପ୍ରେସ ଦିବସ ଅନୁଷ୍ଠିତ…

0

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର କଲ୍ୟାଣ ମଣ୍ଡପ ପରିସରରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ମୁକ୍ତ ଗଣମାଧ୍ୟମ ସୁସ୍ଥ ଗଣତନ୍ତ୍ର ଶୀର୍ଷକ ଆଲୋଚନା ଚକ୍ରରେ ଜାତୀୟ ସାମ୍ବାଦିକ ଦିବସର ତାତ୍ପର୍ଯ୍ୟ ଉପରେ ଆଲୋଚନା ହୋଇଥିଲା। ସାମ୍ବାଦିକଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଆଇନ ଆଣିବା ଆବଶ୍ୟକ ଏବଂ ସାମ୍ବାଦିକ ମାନଙ୍କ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଯୋଜନା କରାଯିବା ଆବଶ୍ୟକ ବୋଲି ମତ ଦେଇଥିଲେ ସାମ୍ବାଦିକ। ଖବର ପ୍ରସାରଣ କ୍ଷେତ୍ରରେ ସବୁ କିଛି ବିଶ୍ଲେଷଣ କରି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିବା ପୂର୍ବରୁ ପ୍ରକୃତ ସତ୍ୟାସତ୍ୟ ଅନୁସନ୍ଧାନ କରି ତାହାକୁ ପ୍ରକାଶନ କରିବା ଆବଶ୍ୟକ । ସାମ୍ବାଦିକ କ୍ଷେତ୍ରରେ ସ୍ୱାଧୀନତା ଓ ମୁକ୍ତ ରହିଲେ ଗଣତନ୍ତ୍ର ସୁସ୍ଥ ରହିବା ସହ ସମାଜରେ ଉପଯୁକ୍ତ ନ୍ୟାୟ ମିଳିପାରିବ ବୋଲି କହିଥିଲେ ମଞ୍ଚାସିନ ଅତିଥି । ଏଥିରେ ମୁଖ୍ୟଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ସାମ୍ନାନୀତ ଅତିଥି ଭାବେ କବିସୂର୍ଯ୍ୟନଗର ବ୍ଲକ ଅଧକ୍ଷ ବୀରେନ୍ଦ୍ର ଖଟେଇ, ଓଡିଶା କର୍ମଜୀବି ସାମ୍ବାଦିକ ସଂଘ ସମ୍ପାଦକ ନିରଞ୍ଜନ ବିଶ୍ୱାଳ,ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ପ୍ରମୋଦ ଚନ୍ଦ୍ର ପଣ୍ଡା, କାଉନଶୀଲର ମନୋରଞ୍ଜନ ମହାପାତ୍ର, ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିମନ୍ୟୁ ସାହୁ, ଅଭିନେତା ଜୀବନ ପଣ୍ଡା ଯୋଗଦେଇ ସୁଚିନ୍ତିତ ମତାମତ ରଖିଥିଲେ । ବରିଷ୍ଠ ସାମ୍ବାଦିକ ନାରାୟଣୀ ମିଶ୍ର ମଞ୍ଚ ପରିଚାଳନା କରିଥିଲେ । ସମସ୍ତ ଅତିଥି, ଉପସ୍ଥିତ ସାମ୍ବାଦିକ ଓ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଙ୍କୁ ସାମ୍ନାନୀତ କରାଯାଇଥିଲା ।

Leave A Reply

Your email address will not be published.

Latest News
ହିନ୍ଦୋଳ ଉଦ୍ୟାନ ବିଭାଗର ରିହାତି ଦରରେ ଆଳୁ ବିହନ ବିକ୍ରୀ ଦୁର୍ଦିନରେ 50 ଆଦିବାସୀ ପରିବାର ଗ୍ରାମରେ କଂଗ୍ରେସ ସପୋର୍ଟ ଥିବାରୁ ମରାମତି ହୋଇପାରୁନି ଗାଁ ରାସ୍ତା । ଖଲିବୋରେଇରେ ଦୁର୍ଘଟଣା—ଯୁବକର ମୃତ୍ୟୁ,ଜଣେ ଗୁରୁତର। କ୍ରୀଡା ଉତ୍ସବ ରେ ଯୋଗଦେଇ ପିଲା ଙ୍କ ସହ ଖେଳିଲେ ଥାନା ଅଧିକାରୀ.. କୋଦଳା ଠାରେ ଡ୍ରାଇଭର ମହାସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ.. କଟ୍‌ନିଛଟ୍‌ନି ନେଇ ପରଜଙ୍ଗ ବିଧାୟକ ଯୋଗାଣ ମନ୍ତ୍ରୀ କଥା କଟାକଟି। RD ରାସ୍ତାରେ ଠିକାଦାରଙ୍କ ମନମାନି, ବିଭାଗର ଯନ୍ତ୍ରୀ ତରୁଣ କୁମାର ନାଏକ ଅନୁପସ୍ଥିତ । ମୁମ୍ବାଇରେ ଚିକିତ୍ସା ହେବେ ବେଗୁନିଆପଡା ବ୍ଲକ ର ୪ ଶିଶୁ ହୃଦରୋଗୀ… ଆଇନ ସେବା ପ୍ରାଧିକରଣ ପକ୍ଷରୁ କୋଦଳା ରେ ଚିତ୍ରାଙ୍କନ ପ୍ରତିଯୋଗିତା.. ବିପଦ ଜନକ ମଣିଷ ବୁଡା ପଥର ଖଣିରେ ଗାଧଉଛନ୍ତି ଏସ. ଟି. ଜାଭିୟର ପବ୍ଲିକ ସ୍କୁଲ ଛାତ୍ର ଛାତ୍ରୀ