ଗବେଷକ ଡ ପ୍ରଫୁଲ୍ଲ ତ୍ରିପାଠୀଙ୍କ ୮୫ତମ ଜୟନ୍ତୀ ପାଳିତ

0

ବାଲିଅନ୍ତା, ୧୯ / ୧୧: ବାଲିଅନ୍ତା ବ୍ଲକ ଅଧୀନ ମା ଦୁର୍ଲ୍ଲବା ଦେବୀ ପୀଠ ପରିସରରେ ଢମିଲୋ ଗ୍ରାମ କମିଟି ଓ ଜୟଦେବ ଯୁବକ ସଂଙ୍ଘ ମିଳିତ ସହଯୋଗରେ ଜୟଦେବ ଗବେଷକ ଡ ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀଙ୍କ ୮୫ ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ସମାଜସେବୀ ସୁବ୍ରତ ମହାନ୍ତି, ମୁଖ୍ୟ ବକ୍ତା ପୂର୍ବତନ ବିଧାୟକ ଡ. ଅରବିନ୍ଦ ଢାଲି, ବିଶେଷ ଅତିଥି ଭାବରେ ଜିଲ୍ଲା ବିଜେପି ସଭାପତି ନିରଞ୍ଜନ ମିଶ୍ର ଓ ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ, ସମ୍ମାନିତ ଅତିଥି ଭାବରେ ବାଲିପାଟଣା ପ୍ରେସ କ୍ଳବ ସଭାପତି ଦିଲ୍ଲୀପ କୁମାର ଓଝା, ବରିଷ୍ଠ ସାମ୍ବାଦିକ ରମେଶ ଚନ୍ଦ୍ର ରଥ ଓ ପ୍ରକୃତିବନ୍ଧୁ ନିରଞ୍ଜନ ସେନାପତି ପ୍ରମୁଖ ଯୋଗ ଦେଇ ଗବେଷକ ଶ୍ରୀ ତ୍ରିପାଠୀଙ୍କ ବହୁମୁଖୀ ପ୍ରତିଭା ଓ ଜୟଦେବ ସଂସ୍କୃତିର ବିକାଶ କ୍ଷେତ୍ରରେ ତାଙ୍କର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ l ସଭାରେ ସାମ୍ବାଦିକ ଗଗନ ଭୋଇ ସଭାପତିତ୍ବ କରିଥିବା ବେଳେ ଗ୍ରାମ କମିଟି ସଦସ୍ୟ ବିଜୟ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ ସମାଜସେବା, ସାମ୍ବାଦିକତା ଓ ବିଭିନ୍ନ ସେବା ଭିତ୍ତିକ କାର୍ଯ୍ୟ କ୍ଷେତ୍ରରେ କୃତିତ୍ୱ ଅର୍ଜ୍ଜନ କରିଥିବା ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନ ମାନଙ୍କୁ ଜୟଦେବ ସମ୍ମାନରେ ଅତିଥିବୃନ୍ଦ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ l

Related Posts
1 of 30
Leave A Reply

Your email address will not be published.

Latest News
ଜୁଆପାଲି ଖେଳ ଯୋଗୁଁ ଲୋକେ ସର୍ବସ୍ୱାନ୍ତ। କପ୍ତିପଦl -01/03/2026 କପ୍ତିପଦlବ୍ଲକ୍ ଶରତ ପଞ୍ଚାୟତ ସେଲେଇ କଜରି ଗ୍ରାମରେ ଆଜି ସନ୍ତାଲ ସମ୍ପ୍ରଦାୟର ବିଭାବ ପର୍ବ ପ... ଜଗତର ନାଥ ଶ୍ରୀଜଗନ୍ନାଥ ହେଉଛନ୍ତି ରହସ୍ୟମୟ ଜୀବନ୍ତ ଠାକୁର। ମହାପ୍ରଭୁଙ୍କ ରହସ୍ୟକୁ ଜାଣିବା ଦେଵତାମାନଙ୍କ ପକ୍ଷରେ ଅସ... ନବ ପଲ୍ଲବିତ ବୃକ୍ଷ ସୁଶୋଭିତବାତ ଚଳଇ ସଧିରେଶୁଷ୍କ ହୃଦୟରେ ପ୍ରେମ ରଙ୍ଗଭରେଉର୍ମି ଖେଳେ ନିରନ୍ତରେ।। lକପ୍ତିପଦl ବି ଇ ଓ ଅଫିସ୍ ରେ ଏବିଓ ଙ୍କ ମନମାନୀ କପ୍ତିପଦl - 21/02/2026 ଆଦିବାସି ସାନ୍ତାଲ ଜାତି ପ୍ରଭାବକୁ ନେଇ ଆଲେଚନା l ୩ ଗୋରୁ ଉଦ୍ଧାର,୨ ଚାଲାଣକାରୀ ଗିରଫ। ସ୍ତ୍ରୀ ର ଜୀବନ ନେଲା ସ୍ବାମୀକପ୍ତିପଦl କପ୍ତିପଦା ବ୍ଲକ ରେ ଉଜୁଡ଼ି ଗଲାଣି ଶିକ୍ଷା ବ୍ଯବସ୍ଥା ପଚାଶ ବର୍ଷରେ ଦୀନବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ: ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ସ୍ବର୍ଣ୍ଣ ଜୟନ୍ତୀ ଉତ୍ସବ